ଭାରତ ଏବଂ ପାକିସ୍ତାନ ମଧ୍ୟରେ ବଢୁଥିବା ଉତ୍ତେଜନା ମଧ୍ୟରେ ସୁନା ଦରରେ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି। ଗୁରୁବାର ଅପେକ୍ଷା ଶୁକ୍ରବାର ସୁନା ଦରରେ ସାମାନ୍ୟ ହ୍ରାସ ଦେଖିବାକୁ ମିଳୁଛି…ଶୁକ୍ରବାର ସୁନା ମୂଲ୍ୟରେ ସାମାନ୍ୟ ହ୍ରାସ ଦେଖିବାକୁ ମିଳିଛି। ଏପରି ପରିସ୍ଥିତିରେ, ଜାଣନ୍ତୁ ଆପଣଙ୍କ ସହରରେ କେତେ ଅଛି ସୁନା ଦର…ଆଜି ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା ୯୮,୩୫୦ ଟଙ୍କା ରହିଛି। ସେହିପରି ୨୨ କ୍ୟାରେଟ ସୁନା ଦର ୯୦ ହଜାର ୧୫୦ ଟଙ୍କା ଛୁଇଛି।
ସେହିପରି ରାଜଧାନୀ ଭୁବନେଶ୍ବରରେ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପିଛା ୯୮,୩୫୦ ଟଙ୍କା ରହିଥିବା ବେଳେ ୨୨ କ୍ୟାରେଟ୍ ସୁନାର ମୂଲ୍ୟ ୯୦ ହଜାର ୩୦୦ ଟଙ୍କାକୁ ପହଞ୍ଚିଛି।ମୁମ୍ବାଇରେ ୨୪ କ୍ୟାରେଟ୍ ମୂଲ୍ୟ ୯୮,୩୫୦ ଟଙ୍କା ଓ ୨୨ କ୍ୟାରେଟ୍ ମୂଲ୍ୟ ୯୦,୧୫୦ ଟଙ୍କା ରହିଛି। ନୂଆଦିଲ୍ଲୀରେ ୨୪ କ୍ୟାରେଟ୍ ୯୮,୫୦୦ ଟଙ୍କା ଓ ୨୨ କ୍ୟାରେଟ୍ ୯୦,୩୦୦ ଟଙ୍କା ରହିଛି।ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୪ କ୍ୟାରେଟ ମୂଲ୍ୟ ୯୮,୩୫୦ ଟଙ୍କା ଥିବା ବେଳେ ୨୨ କ୍ୟାରେଟ ମୂଲ୍ୟ ୯୦,୧୫୦ ଟଙ୍କା ରହିଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୯୮,୩୫୦ ଓ ୯୦,୧୫୦ ଟଙ୍କା ରହିଛି ।ଅନ୍ୟପଟେ ରୂପା ମୂଲ୍ୟ କିଲୋ ପିଛା ୧,୧୧,୦୦୦ ଟଙ୍କାରେ କାରବାର ଆରମ୍ଭ କରିଛି।କେମିତି ଜାଣିବେ ସୁନାର ଶୁଦ୍ଧତା- ଯଦି ଆପଣ ସୁନାର ଶୁଦ୍ଧତା ଯାଞ୍ଚ କରିବାକୁ ଚାହୁଁଛନ୍ତି, ତେବେ ଆପଣ ‘BIS Care app’ରେ ଯାଞ୍ଚ କରିପାରିବେ ।
ସୁନାର ଲାଇସେନ୍ସ ନମ୍ବର, ହଲମାର୍କ କିମ୍ବା ପଞ୍ଜୀକରଣ ସଂଖ୍ୟା ଭୁଲ ଥିଲେ, ଆପଣ ସିଧାସଳଖ ସରକାରଙ୍କ ନିକଟରେ ଅଭିଯୋଗ କରିପାରିବେ । ଅଭିଯୋଗ କରିବା ପରେ ଏହି ପ୍ରସଙ୍ଗରେ କ’ଣ ପଦକ୍ଷେପ ନିଆଯାଇଛି ସେ ସମ୍ବନ୍ଧରେ ମଧ୍ୟ ସୂଚନା ପାଇପାରିବେସଠିକ୍ ଦାମ୍ରେ କେମିତି କିଣିବେ ସୁନା- ସବୁବେଳେ ସୁନାର ଦାମ୍ ବୃଦ୍ଧି ଓ ହ୍ରାସ ପାଇଥାଏ । ନିୟମିତ ସୁନାର ଦାମ୍ ଚେକ୍ କରନ୍ତୁ ଯାହାଦ୍ୱାରା ଆପଣ ସୁନାର ଦାମ୍ ହ୍ରାସ ବେଳେ ଗହଣା କିଣିପାରିବେ।ସୁନା କିଣିବା ବେଳେ ହଲ୍ମାର୍କ ଦେଖି ସୁନା କିଣନ୍ତୁ। ସୁନା କିଣିବା ବେଳେ ମେକିଂ ଚାର୍ଜ ଉପରେ ଧ୍ୟାନ ଦିଅନ୍ତୁ।