ବାଲେଶ୍ୱର ଅବକାରୀ ଅଧିକ୍ଷକ ଶ୍ରୀ ମନୋଜ କୁମାର ସେଠୀଙ୍କ ନିର୍ଦ୍ଦେଶକ୍ରମେ ଓ ନୀଳଗିରି ଅବକାରୀ ନିରୀକ୍ଷକ ଶ୍ରୀ କେଶବ ଚନ୍ଦ୍ର ଦାସ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଖଇରା ଅବକାରୀ ଥାନା ଭାରପ୍ରାପ୍ତ ଅଧିକାରୀ ଶ୍ରୀ ପ୍ରହଲ୍ଲାଦ ସାମଲ ଏବଂ ଷ୍ଟାଫମାନଙ୍କୁ ନେଇ ଗଠିତ ଏକ ସ୍ୱତନ୍ତ୍ର ଟିମ ଦ୍ଵାରା ଖଇରା ଥାନା ଅନ୍ତର୍ଗତ ହରିପୁର, ବାଲିହୁଡି, ଶାଳଗଡ଼ିଆ କେନାଲ ଛକ ଏବଂ ସିମୁଳିଆ ଥାନା ଅନ୍ତର୍ଗତ ଅଲାରପୁର ଗ୍ରାମରେ ଚଢ଼ାଉ କରାଯାଇ ୧୩୦ ଲିଟର ଦେଶୀ ରନ୍ଧା ମଦ, ୦୭ ଲିଟର ବିଅର ଏବଂ ଗୋଟିଏ ସ୍କୁଟି ଜବତ କରାଯିବା ସହିତ ଶରତ ଥାନା ଅନ୍ତର୍ଗତ ଦୁଗୁଧା ଗ୍ରାମର ଦେବପ୍ରସାଦ ନାଇକି ଓ ହରିପୁର ଗ୍ରାମର ଅନନ୍ତ ବେହେରା, ବାଲିହୁଡି ଗ୍ରାମର ବନମାଳୀ ମୁଣ୍ଡିଆଣ ଓ ଅଲାରପୁର ଗ୍ରାମର ବିଜୟ ବେହେରା ଙ୍କୁ ଗିରଫ କରାଯାଇ କୋର୍ଟ ଚାଲାଣ କରାଯାଇଛି।
ଜବତ ହୋଇଥିବା ମଦ ଓ ସ୍କୁଟିର ଆନୁମାନିକ ମୂଲ୍ୟ ୦୧ ଲକ୍ଷ ୨୦ ହଜାର ଟଙ୍କାରୁ ଉର୍ଦ୍ଧ୍ବ ହେବ ବୋଲି ଅବକାରୀ ବିଭାଗ ସୂଚନା ଦେଇଛି । ଉକ୍ତ ଚଢ଼ାଉରେ ଖଇରା ଅବକାରୀ ଥାନା ସହ ଉପ-ନିରୀକ୍ଷକ ଦୀପିକା ପରିଡ଼ା ଓ କନେଷ୍ଟବଳ ଦେବାଶିଷ ମଲ୍ଲିକ ପ୍ରଭୃତି ସାମିଲ ଥିଲେ । ଏନେଇ ଖଇରା ଅବକାରୀ ଥାନା ପକ୍ଷରୁ ୦୪ ଗୋଟି ମାମଲା ରୁଜ୍ଜୁ କରାଯାଇଛି ।